Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 15
ଗୀତସଂହିତା ଅଧ୍ୟାୟ 15
1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ?
2 ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ ।
3 ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ ।
4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ ।
ଗୀତସଂହିତା ଅଧ୍ୟାୟ 15
5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ । ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ ।