Oriya ବାଇବଲ |

ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ

ଗୀତସଂହିତା

ଗୀତସଂହିତା ଅଧ୍ୟାୟ 76
ଗୀତସଂହିତା ଅଧ୍ୟାୟ 76

1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ ।

2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ ।

3 ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ ଯୁଦ୍ଧ ଭଙ୍ଗ କଲେ । [ସେଲା

4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ ।

ଗୀତସଂହିତା ଅଧ୍ୟାୟ 76

5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ ।

6 ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି ।

7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?

8 ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ

ଗୀତସଂହିତା ଅଧ୍ୟାୟ 76

9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା । [ସେଲା

10 ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ ।

11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ ।

12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି ।

ଗୀତସଂହିତା ଅଧ୍ୟାୟ 76