ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8
11 ସେହି ନକ୍ଷତ୍ରର ନାମ ନାଗଦଅଣା । ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା ।
12 ଚତୁର୍ଥ ଦୂତ ତୂରୀଧ୍ଵନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ତଦ୍ରୂପ ହେଲା ।
13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶ ପକ୍ଷୀ ଉଚ୍ଚ ସ୍ଵରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ଵନୀ କରିବାକୁ ଯାଉଅଛନ୍ତି ।
7