ପରମଗୀତ ଅଧ୍ୟାୟ 4
8 ଆଗୋ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ଵରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର ।
9 ଆଗୋ ମୋହର ଭଗିନୀ, ଆଗୋ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ ।
10 ଆଗୋ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!
6