ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ଅନନ୍ତର ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
2. ସିଦିକୀୟର ଅଧିକାରର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା । ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
3. ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବସାରୀସ୍, ନେର୍ଗଲ-ଶରେତ୍ସର, ରବମାଗ୍, ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ଵାରରେ ବସିଲେ ।
4. ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ଵାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା ।
5. ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ତାଜ୍ଞା ଦେଲା ।
6. ପୁଣି,ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା ।
7. ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଲରେ ବଦ୍ଧ କଲା ।
8. ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ ।
9. ପୁଣି, ପ୍ରହରୀବର୍ଗର ସେନାପତି ନବୁସର୍ଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା ।
10. ମାତ୍ର ପ୍ରହରୀବର୍ଗର ସେନାପତି ନବୂସର୍ଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା ।
11. ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍କୁ ଏହି ଆଜ୍ଞା କଲା,
12. ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ଵାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର ।
13. ତହିଁରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଓ ନବୂଶସ୍ବନ୍, ରବସାରୀସ୍ ଓ ନେର୍ଗଲ-ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ ।
14. ସେମାନେ ଲୋକ ପଠାଇ ପ୍ରହରୀ-ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟର ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ ।
15. ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
16. ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ ।
17. ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ନୋହିବ ।
18. କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ଼୍‍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରିଅଛ, ଏହା ସଦାପ୍ରଭୁ କହନ୍ତି ।

Notes

No Verse Added

Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 52
ଯିରିମିୟ 39
1 ଅନନ୍ତର ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ; 2 ସିଦିକୀୟର ଅଧିକାରର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା । ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ, 3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବସାରୀସ୍, ନେର୍ଗଲ-ଶରେତ୍ସର, ରବମାଗ୍, ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ଵାରରେ ବସିଲେ । 4 ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ଵାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା । 5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ତାଜ୍ଞା ଦେଲା । 6 ପୁଣି,ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା । 7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଲରେ ବଦ୍ଧ କଲା । 8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ । 9 ପୁଣି, ପ୍ରହରୀବର୍ଗର ସେନାପତି ନବୁସର୍ଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା । 10 ମାତ୍ର ପ୍ରହରୀବର୍ଗର ସେନାପତି ନବୂସର୍ଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା । 11 ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍କୁ ଏହି ଆଜ୍ଞା କଲା, 12 ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ଵାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର । 13 ତହିଁରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଓ ନବୂଶସ୍ବନ୍, ରବସାରୀସ୍ ଓ ନେର୍ଗଲ-ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ । 14 ସେମାନେ ଲୋକ ପଠାଇ ପ୍ରହରୀ-ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟର ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ । 15 ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା । 16 ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ । 17 ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ନୋହିବ । 18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ଼୍‍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରିଅଛ, ଏହା ସଦାପ୍ରଭୁ କହନ୍ତି ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 52
Common Bible Languages
West Indian Languages
×

Alert

×

oriya Letters Keypad References