ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ । ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି ।
2. ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା ।
3. ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ । [ସେଲା
4. ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ;
5. ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ଵକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ ।
6. କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ ।
7. ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି ।
8. ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ ।
9. ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି ।
10. ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା । ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 75 / 150
ଗୀତସଂହିତା 75:1
1 ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ । ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି । 2 ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା । 3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ । [ସେଲା 4 ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ; 5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ଵକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ । 6 କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ । 7 ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି । 8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ । 9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି । 10 ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା । ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 75 / 150
Common Bible Languages
West Indian Languages
×

Alert

×

oriya Letters Keypad References