ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ଵରରେ ଆସଫର ଗୀତ । ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ ।
2. ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର ।
3. ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
4. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
5. ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ ।
6. ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି ।
7. ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
8. ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ ।
9. ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶଯାକ ବ୍ୟାପିଗଲା ।
10. ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ଵରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ ।
11. ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା ।
12. କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ତାଇ ପକାଉ ଅଛନ୍ତି?
13. ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି ।
14. ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ଵର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର ଯିଶା. ୬୩:୧୫
15. ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ଵାରା ସ୍ଥାପିତ ଗଣ୍ତିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ଵ ନିଅ ।
16. ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି ।
17. ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ ।
18. ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା ।
19. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 80 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ଵରରେ ଆସଫର ଗୀତ । ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ । 2 ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର । 3 ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ । 4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ? 5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ । 6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି । 7 ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ । 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ । 9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶଯାକ ବ୍ୟାପିଗଲା । 10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ଵରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ । 11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା । 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ତାଇ ପକାଉ ଅଛନ୍ତି? 13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି । 14 ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ଵର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର ଯିଶା. ୬୩:୧୫ 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ଵାରା ସ୍ଥାପିତ ଗଣ୍ତିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ଵ ନିଅ । 16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି । 17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ । 18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା । 19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 80 / 150
×

Alert

×

Oriya Letters Keypad References