ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ ।
2. ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ ।
3. ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି ।
4. ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ ।
5. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି ।
6. ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ ।
7. ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ ।
8. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ । ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ଵର ହୋଇଥିଲ ।
9. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 99 / 150
ଗୀତସଂହିତା 99:8
1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ । 2 ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ । 3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି । 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ । 5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି । 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ । 7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ । 8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ । ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ଵର ହୋଇଥିଲ । 9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 99 / 150
Common Bible Languages
West Indian Languages
×

Alert

×

oriya Letters Keypad References