1. ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି ।
|
2. ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।
|
3. ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।
|
8. ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ ।
|
11. ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି ।
|
12. କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି ।
|