1. ଆଜି ମୁଁ ତୁମ୍ଭକୁ ଯେ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ ।
|
2. ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ ଓ ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର ।
|
3. ଆଉ ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁଣ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି ।
|
5. ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ ।
|
7. କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;
|
9. ସେହି ଦେଶରେ ତୁମ୍ଭେ ନିଗ୍ଧାଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେ ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ ।
|
10. ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ ।
|
11. ସାବଧାନ, ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଓ ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ନ ଯାଅ ।
|
13. ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ ଓ ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,
|
15. ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ଵାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
|
16. ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ଵାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ତୁମ୍ଭେ ପାସୋରି ପକାଇବ ।
|
18. ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ଵର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ ।
|
19. ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରିବ ଓ ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ ।
|
20. ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ ।
|