ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ
1. ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ ।
2. ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ ।
3. ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ ।
4. ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ ।
5. ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ଵରଙ୍କ କର୍ମ ହିଁ ଜାଣ ନାହିଁ ।
6. ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ ।
7. ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ-ଦର୍ଶନ ତୁଷ୍ଟିକର ।
8. ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ । ଯାହା ଯାହା ଘଟେ, ସବୁ ଅସାର ।
9. ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ ।
10. ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର ।

Notes

No Verse Added

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 12
1 2 3 4 5 6 7 8 9 10 11 12
ଉପଦେଶକ 11:10
1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ । 2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ । 3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ । 4 ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ । 5 ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ଵରଙ୍କ କର୍ମ ହିଁ ଜାଣ ନାହିଁ । 6 ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ । 7 ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ-ଦର୍ଶନ ତୁଷ୍ଟିକର । 8 ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ । ଯାହା ଯାହା ଘଟେ, ସବୁ ଅସାର । 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ । 10 ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 12
1 2 3 4 5 6 7 8 9 10 11 12
Common Bible Languages
West Indian Languages
×

Alert

×

oriya Letters Keypad References