2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
|
7. ପୁଣି ଏଫୋଦଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ ।
|
9. ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସବୁ କରିବ ।
|
10. ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ ।
|
11. ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି ତହିଁ ଉପର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ ।
|
12. ପୁଣି ତହିଁ ନିମନ୍ତେ ସ୍ଵର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ରହିବ ।
|
18. ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ତରେ ଦେବ ।
|
19. ଏକ କିରୂବ ଏକ ମୁଣ୍ତରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ତରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ ।
|
20. ପୁଣି କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ଵକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ ।
|
21. ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ ।
|
22. ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବାଓ ପାପାଚ୍ଛାଦନର ଉପରିଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବଦ୍ଵୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା ।
|
23. ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
|
25. ପୁଣି ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ ।
|
29. ପୁଣି ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ ।
|
31. ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ ।
|
32. ଅର୍ଥାତ୍, ତହିଁର ଏକ ପାର୍ଶ୍ଵରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ଵରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ଵରୁ ଛଅ ଶାଖା ନିର୍ଗତ ହେବ ।
|
33. ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ; ହେବ।
|
35. ପୁଣି ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିବ ।
|
37. ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ଵଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
|