ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯାତ୍ରା ପୁସ୍ତକ
1. ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଛାଡ଼ି ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ ।
2. ପରମେଶ୍ଵର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, ଆମ୍ଭେ ଯିହୋବାଃ (ସଦାପ୍ରଭୁ);
3. ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ଵର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ ।
4. ପୁଣି କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ ।
5. ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ଵରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ ।
6. ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା ।
7. ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ ।
8. ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ।
9. ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ ।
10. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
11. ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର ।
12. ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?
13. ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ ।
14. ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ । ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ ।
15. ପୁଣି ଶିମୀୟୋନର ପୁତ୍ର ଯିମୂୟେଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ।
16. ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା ।
17. ପୁଣି ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।
18. ପୁଣି କହାତର ସନ୍ତାନ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ୍ ବର୍ଷ ବୟସ ହୋଇଥିଲା ।
19. ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ।
20. ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା⇧; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା ।
21. ଯିଷ୍ହରର ସନ୍ତାନ କୋରହ ଓ ନେଫଗ ଓ ସିଖ୍ରି ।
22. ପୁଣି ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଦ୍ରି ।
23. ପୁଣି ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ ଓ ଅବୀହୂ ଓ ଇଲୀୟାସର ଓ ଈଥାମରକୁା ପ୍ରସବ କଲା ।
24. ପୁଣି କୋରହର ସନ୍ତାନ ଅସୀର ଓ ଇଲ୍‍କାନା ଓ ଅବୀୟାସଫ୍; ଏମାନେ କୋରହର ବଂଶ ।
25. ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ ।
26. ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ ।
27. ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ । ଏମାନେ ସେହି ମୋଶା ଓ ହାରୋଣ ।
28. ଯେଉଁଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
29. ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, ଆମ୍ଭେ ସଦାପ୍ରଭୁ ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ ।
30. ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 40
1 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଛାଡ଼ି ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ । 2 ପରମେଶ୍ଵର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, ଆମ୍ଭେ ଯିହୋବାଃ (ସଦାପ୍ରଭୁ); 3 ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ଵର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ । 4 ପୁଣି କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ । 5 ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ଵରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ । 6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା । 7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ । 8 ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ । 9 ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ । 10 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 11 ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର । 12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ? 13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ । 14 ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ । ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ ଓ ହିଷ୍ରୋଣ୍ ଓ କର୍ମ୍ମି; ଏମାନେ ରୁବେନର ବଂଶ । 15 ପୁଣି ଶିମୀୟୋନର ପୁତ୍ର ଯିମୂୟେଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ । 16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା । 17 ପୁଣି ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି। 18 ପୁଣି କହାତର ସନ୍ତାନ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ୍ ବର୍ଷ ବୟସ ହୋଇଥିଲା । 19 ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ । 20 ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା⇧; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା । 21 ଯିଷ୍ହରର ସନ୍ତାନ କୋରହ ଓ ନେଫଗ ଓ ସିଖ୍ରି । 22 ପୁଣି ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଦ୍ରି । 23 ପୁଣି ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ ଓ ଅବୀହୂ ଓ ଇଲୀୟାସର ଓ ଈଥାମରକୁା ପ୍ରସବ କଲା । 24 ପୁଣି କୋରହର ସନ୍ତାନ ଅସୀର ଓ ଇଲ୍‍କାନା ଓ ଅବୀୟାସଫ୍; ଏମାନେ କୋରହର ବଂଶ । 25 ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ । 26 ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ । 27 ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ । ଏମାନେ ସେହି ମୋଶା ଓ ହାରୋଣ । 28 ଯେଉଁଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ, 29 ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, ଆମ୍ଭେ ସଦାପ୍ରଭୁ ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ । 30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 40
×

Alert

×

Oriya Letters Keypad References