ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି । ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ ।
2. ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ ।
3. ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ ।
4. ପୁଣି ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ ।
5. ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ଵୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ଵ ସ୍ଵ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ ।
6. କୂଶ ଓ ମିସର ଓ ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ ।
7. ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ । ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ ।
8. ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା ।
9. ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ ।
10. ପୁଣି ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା ।
11. ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,
12. ପୁଣି ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର ।
13. ପୁଣି ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ
14. ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ ।
15. ପୁଣି କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
16. ଓ ଯିବୁଷୀୟ ଓ ଇମୋରୀୟ ଓ ଗୀର୍ଗାଶୀୟ
17. ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ
18. ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଅନନ୍ତର କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ ।
19. ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା ।
20. ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ ।
21. ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା ।
22. ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍ ।
23. ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍ ।
24. ପୁଣି ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର ।
25. ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍ ।
26. ପୁଣି ଯକ୍ତନ୍ର ପୁତ୍ର ଅଲମୋଦଦ ଓ ଶେଲପ୍ ଓ ହତ୍ସର୍ମାବତ୍ ଓ ଯେରହ
27. ଓ ହଦୋରାମ ଓ ଊଷଲ ଓ ଦିକ୍ଳ
28. ଓ ଓବଲ ଓ ଅବୀମାୟେଲ୍ ଓ ଶିବା
29. ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ ।
30. ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା ।
31. ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ ।
32. ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 50
1 ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି । ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ । 2 ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ । 3 ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ । 4 ପୁଣି ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ । 5 ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ଵୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ଵ ସ୍ଵ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ । 6 କୂଶ ଓ ମିସର ଓ ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ । 7 ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ । ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ । 8 ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା । 9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ । 10 ପୁଣି ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା । 11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ, 12 ପୁଣି ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର । 13 ପୁଣି ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ 14 ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ । 15 ପୁଣି କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍ 16 ଓ ଯିବୁଷୀୟ ଓ ଇମୋରୀୟ ଓ ଗୀର୍ଗାଶୀୟ 17 ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ 18 ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଅନନ୍ତର କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ । 19 ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା । 20 ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ । 21 ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା । 22 ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍ । 23 ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍ । 24 ପୁଣି ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର । 25 ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍ । 26 ପୁଣି ଯକ୍ତନ୍ର ପୁତ୍ର ଅଲମୋଦଦ ଓ ଶେଲପ୍ ଓ ହତ୍ସର୍ମାବତ୍ ଓ ଯେରହ 27 ଓ ହଦୋରାମ ଓ ଊଷଲ ଓ ଦିକ୍ଳ 28 ଓ ଓବଲ ଓ ଅବୀମାୟେଲ୍ ଓ ଶିବା 29 ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ । 30 ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା । 31 ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ । 32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 50
×

Alert

×

Oriya Letters Keypad References