ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ମାଥିଉଲିଖିତ ସୁସମାଚାର
1. ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ର କୂଳରେ ବସିଲେ ।
2. ସେଥିରେ ତାହାଙ୍କ ନିକଟରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ ।
3. ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା ।
4. ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।
5. ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
6. କିନ୍ତୁ ସୂର୍ଯ୍ୟ ଉଠନ୍ତେ, ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
7. ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ।
8. ମାତ୍ର ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ, କେତେକ ଷାଠିଏ ଗୁଣ, ପୁଣି କେତେକ ତିରିଶ ଗୁଣ ।
9. ଯାହାର କାନ ଅଛି, ସେ ଶୁଣୁ ।
10. ଏଥିଉତ୍ତାରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛନ୍ତି?
11. ଯୀଶୁ ଉତ୍ତର ଦେଲେ, କାରଣ ସ୍ଵର୍ଗରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।
12. ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
13. ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛି ।
14. ଆଉ, ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ଵନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
15. କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
16. କିନ୍ତୁ ଧନ୍ୟ ତୁମ୍ଭମାନଙ୍କ ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ ।
17. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ବାଞ୍ଛା କଲେ, କିନ୍ତୁଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ବାଞ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
18. ତେବେ ତୁମ୍ଭେମାନେ ବୀଜବପନକାରୀର ଦୃଷ୍ଟାନ୍ତ ଶୁଣ।
19. ଯେକେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।
20. ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
21. ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
22. ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
23. କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
24. ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣିଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
25. ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲା ।
26. ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା ।
27. ସେଥିରେ ଗୃହକର୍ତ୍ତାଙ୍କ ଦାସମାନେ ତାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?
28. ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାଙ୍କୁ କହିଲେ, ତେବେ ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?
29. କିନ୍ତୁ ସେ କହିଲେ, ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁକରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ ।
30. ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋʼ ଅମାରରେ ସଂଗ୍ରହ କରି ରଖ ।
31. ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତରେ ବୁଣିଲା ।
32. ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି ।
33. ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା ।
34. ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
35. ଯେପରି ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ଵାରା କଥା କହିବା, ଜଗତର ପତ୍ତନାବଧି ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା ।
36. ପରେ ସେ ଲୋକସମୂହକୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ ।
37. ଯୀଶୁ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି, ସେ ମନୁଷ୍ୟପୁତ୍ର;
38. କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନ-ମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
39. ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି କଟାଳିସବୁ ଦୂତମାନେ ।
40. ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ, ଯୁଗା; ସମୟରେ ସେପରି ଘଟିବ ।
41. ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପ୍ରେରଣ କରିବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
42. ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ନିକ୍ଷେପ କରିବେ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
43. ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ ।
44. ସ୍ଵର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
45. ପୁନଶ୍ଚ, ସ୍ଵର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ଵେଷଣ କରୁଥିବା ଜଣେ ବଣିକ ସଦୃଶ ।
46. ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା ।
47. ପୁନଶ୍ଚ ସ୍ଵର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣାଜାଲ ସଦୃଶ ।
48. ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ, ପୁଣି ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ, କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ ।
49. ଯୁଗା; ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ବିଭିନ୍ନ କରିବେ,
50. ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ପକାଇଦେବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
51. ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ? ସେମାନେ ତାହାଙ୍କୁ କହିଲେ, ହଁ ।
52. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ ।
53. ଯୀଶୁ ଏହିସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ଉତ୍ତାରେ ସେହି ସ୍ଥାନରୁ ପ୍ରସ୍ଥାନ କଲେ ।
54. ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟନ୍ଵିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
55. ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାଁ କଅଣ ମରୀୟମ ନୁହେଁ? ପୁଣି ଏହାର ଭାଇମାନଙ୍କ ନାଁ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୁଦା ନୁହେଁ?
56. ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା?
57. ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ଵପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
58. ଆଉ, ସେ ସେମାନଙ୍କର ଅବିଶ୍ଵାସ ହେତୁ ସେଠାରେ ଅନେକ ଶକ୍ତିର କାର୍ଯ୍ୟ କଲେ ନାହିଁ ।
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 28
1 ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ର କୂଳରେ ବସିଲେ ।
2 ସେଥିରେ ତାହାଙ୍କ ନିକଟରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ । 3 ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା । 4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ । 5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, 6 କିନ୍ତୁ ସୂର୍ଯ୍ୟ ଉଠନ୍ତେ, ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା । 7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା । 8 ମାତ୍ର ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ, କେତେକ ଷାଠିଏ ଗୁଣ, ପୁଣି କେତେକ ତିରିଶ ଗୁଣ । 9 ଯାହାର କାନ ଅଛି, ସେ ଶୁଣୁ । 10 ଏଥିଉତ୍ତାରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛନ୍ତି? 11 ଯୀଶୁ ଉତ୍ତର ଦେଲେ, କାରଣ ସ୍ଵର୍ଗରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ । 12 ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ । 13 ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛି । 14 ଆଉ, ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ଵନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ; 15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ । 16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କ ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ । 17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ବାଞ୍ଛା କଲେ, କିନ୍ତୁଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ବାଞ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ । 18 ତେବେ ତୁମ୍ଭେମାନେ ବୀଜବପନକାରୀର ଦୃଷ୍ଟାନ୍ତ ଶୁଣ। 19 ଯେକେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ । 20 ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ, 21 ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ । 22 ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ । 23 କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ । 24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣିଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; 25 ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲା । 26 ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା । 27 ସେଥିରେ ଗୃହକର୍ତ୍ତାଙ୍କ ଦାସମାନେ ତାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା? 28 ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାଙ୍କୁ କହିଲେ, ତେବେ ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା? 29 କିନ୍ତୁ ସେ କହିଲେ, ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁକରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ । 30 ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋʼ ଅମାରରେ ସଂଗ୍ରହ କରି ରଖ । 31 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତରେ ବୁଣିଲା । 32 ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି । 33 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା । 34 ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ, 35 ଯେପରି ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ଵାରା କଥା କହିବା, ଜଗତର ପତ୍ତନାବଧି ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା । 36 ପରେ ସେ ଲୋକସମୂହକୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ । 37 ଯୀଶୁ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି, ସେ ମନୁଷ୍ୟପୁତ୍ର; 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନ-ମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; 39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି କଟାଳିସବୁ ଦୂତମାନେ । 40 ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ, ଯୁଗା; ସମୟରେ ସେପରି ଘଟିବ । 41 ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପ୍ରେରଣ କରିବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ, 42 ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ନିକ୍ଷେପ କରିବେ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । 43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ । 44 ସ୍ଵର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା। 45 ପୁନଶ୍ଚ, ସ୍ଵର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ଵେଷଣ କରୁଥିବା ଜଣେ ବଣିକ ସଦୃଶ । 46 ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା । 47 ପୁନଶ୍ଚ ସ୍ଵର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣାଜାଲ ସଦୃଶ । 48 ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ, ପୁଣି ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ, କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ । 49 ଯୁଗା; ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ବିଭିନ୍ନ କରିବେ, 50 ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ପକାଇଦେବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । 51 ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ? ସେମାନେ ତାହାଙ୍କୁ କହିଲେ, ହଁ । 52 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ । 53 ଯୀଶୁ ଏହିସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ଉତ୍ତାରେ ସେହି ସ୍ଥାନରୁ ପ୍ରସ୍ଥାନ କଲେ । 54 ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟନ୍ଵିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା? 55 ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାଁ କଅଣ ମରୀୟମ ନୁହେଁ? ପୁଣି ଏହାର ଭାଇମାନଙ୍କ ନାଁ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୁଦା ନୁହେଁ? 56 ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? 57 ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ଵପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ । 58 ଆଉ, ସେ ସେମାନଙ୍କର ଅବିଶ୍ଵାସ ହେତୁ ସେଠାରେ ଅନେକ ଶକ୍ତିର କାର୍ଯ୍ୟ କଲେ ନାହିଁ ।
Total 28 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 28
×

Alert

×

Oriya Letters Keypad References