2. ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ-ରୋଗୀକି ବୋହି ତାହାଙ୍କ ନିକଟକୁ ଆଣିଲେ, ପୁଣି ଯୀଶୁ ସେମାନଙ୍କ ବିଶ୍ଵାସ ଦେଖି ସେହି ପକ୍ଷାଘାତରୋଗୀକି କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
|
6. କିନ୍ତୁ ପୃଥିବୀରେ ପାପକ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର-ଏଥିପାଇଁ ଯୀଶୁ ପକ୍ଷାଘାତ ରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
|
8. ତାହା ଦେଖି ଲୋକସମୂହ ଭୀତ ହେଲେ, ପୁଣି ଯେଉଁ ଈଶ୍ଵର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।
|
9. ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କି କରଆଦାୟ-ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
|
10. ଆଉ, ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ ।
|
11. ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?
|
12. କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
|
13. କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି ।
|
14. ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
|
15. ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେ-ବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।
|
16. କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ ।
|
17. ଆଉ, ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି ଉଭୟ ରକ୍ଷା ପାଏ ।
|
18. ଯୀଶୁ ସେମାନଙ୍କୁ ଏହିସମସ୍ତ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ ।
|
20. ଆଉ ଦେଖ, ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛପଟୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
|
22. କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ତରୁ ସ୍ତ୍ରୀଲୋକଟି ସୁସ୍ଥା ହୋଇଗଲା ।
|
23. ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକ-ସମୂହକୁ ଦେଖି କହିଲେ, ବାହାରିଯାଅ,
|
27. ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ଵର କରି କହିବାକୁ ଲାଗିଲେ, ହେ ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
|
28. ପୁଣି, ସେ ଗୃହରେ ପ୍ରବେଶ କରନ୍ତେ, ସେହି ଅନ୍ଧମାନେ ତାହାଙ୍କ ନିକଟକୁ ଆସିଲେ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ଵାସ କରୁଅଛ? ସେମାନେ କହିଲେ, ହଁ, ପ୍ରଭୁ ।
|
30. ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।
|
33. ପୁଣି, ଭୂତ ଛଡ଼ାଯାଆନ୍ତେ, ସେହି ମୂକ କଥା କହିଲା । ସେଥିରେ ଲୋକସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ ।
|
35. ଏଥିଉତ୍ତାରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର, ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।
|
36. ଆଉ, ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।
|
38. ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର ।
|