2. କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି । ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି ।
|
12. ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ ।
|
15. ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ ।
|
16. ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ । ମାତ୍ର ଦୁଃଖୀ ଓ ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା ।
|
17. ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା ।
|
18. ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା ।
|
21. ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର ।
|
28. ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ ।
|
29. ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ଵିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ ।
|