1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ ।
|
2. ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ ।
|
3. ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ ।
|
4. ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ।
|
6. ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ ।
|
7. ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି ।
|
9. ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି ।
|