ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ ।
2. ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ ।
3. ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ ।
4. ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ।
5. ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?
6. ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ ।
7. ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି ।
8. ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ ।
9. ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି ।
10. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି ।
11. ମୋହର ଶତ୍ରୁ ମୋʼ ଉପରେ ଜୟଧ୍ଵନି କରୁନାହିଁ, ଏସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼଠାରେ ସନ୍ତୁଷ୍ଟ ଅଛ ।
12. ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ ।
13. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ । ଆମେନ୍, ଆମେନ୍ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 41 / 150
ଗୀତସଂହିତା 41:33
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ । 2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ । 3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ । 4 ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି । 5 ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ? 6 ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ । 7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି । 8 ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ । 9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି । 10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି । 11 ମୋହର ଶତ୍ରୁ ମୋʼ ଉପରେ ଜୟଧ୍ଵନି କରୁନାହିଁ, ଏସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼଠାରେ ସନ୍ତୁଷ୍ଟ ଅଛ । 12 ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ । 13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ । ଆମେନ୍, ଆମେନ୍ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 41 / 150
Common Bible Languages
West Indian Languages
×

Alert

×

oriya Letters Keypad References