ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2. ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର ।
3. ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ ।
4. ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି ।
5. ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
6. ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7. ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ ।
8. କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9. କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ ।
10. ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି ।
11. ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି ।
12. ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ ।
13. ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । [ସେଲା
14. ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ ।
15. ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ । [ସେଲା
16. କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17. କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ ।
18. ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19. ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ ।
20. ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 150
ଗୀତସଂହିତା 49:77
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, 2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର । 3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ । 4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି । 5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି? 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; 7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ । 8 କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; 9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ । 10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି । 11 ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି । 12 ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ । 13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । [ସେଲା 14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ । 15 ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ । [ସେଲା 16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ । 18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; 19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ । 20 ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 150
Common Bible Languages
West Indian Languages
×

Alert

×

oriya Letters Keypad References