ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ
1. ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଛାଡ଼ି ଦେବ; ପୁଣି ଛାଡ଼ିଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତା; ତଡ଼ିଦେବ ।
2. ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ଵର୍ଣ୍ଣ-ଅଳଙ୍କାର ମାଗି ଘେନନ୍ତୁ ।
3. ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ । ପୁଣି ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ ।
4. ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା ।
5. ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ ।
6. ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ ।
7. ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ବିଶେଷ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ଵା ପଜାଇବ ନାହିଁ ।
8. ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି । ଅନନ୍ତର ସେ ପ୍ରଚଣ୍ତ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ।
9. ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ ।
10. ପୁଣି ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଛାଡ଼ି ଦେଲେ ନାହିଁ ।

Notes

No Verse Added

Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 40
ଯାତ୍ରା ପୁସ୍ତକ 11
1 ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଛାଡ଼ି ଦେବ; ପୁଣି ଛାଡ଼ିଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତା; ତଡ଼ିଦେବ । 2 ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ଵର୍ଣ୍ଣ-ଅଳଙ୍କାର ମାଗି ଘେନନ୍ତୁ । 3 ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ । ପୁଣି ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ । 4 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା । 5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ । 6 ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ । 7 ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ବିଶେଷ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ଵା ପଜାଇବ ନାହିଁ । 8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି । ଅନନ୍ତର ସେ ପ୍ରଚଣ୍ତ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ। 9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ । 10 ପୁଣି ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଛାଡ଼ି ଦେଲେ ନାହିଁ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 40
Common Bible Languages
West Indian Languages
×

Alert

×

oriya Letters Keypad References