ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ
1. ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
2. ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3. ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ୍ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ ।
4. ଏମାନଙ୍କ ଦ୍ଵାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ଵାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ ।
5. ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ ।
6. ପୁଣି ସେମାନେ ସେମାନଙ୍କ କନ୍ୟାଗଣକୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣକୁ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ ।
7. ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କୁ ପାସୋରି ବାଲ୍- ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ ।
8. ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଅରାମ-ନହରୟିମର ରାଜା କୂଶନ-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ ।
9. ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବ୍ଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅନିୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ପନ୍ନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ ।
10. ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା ।
11. ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା । ଏ ଉତ୍ତାରେ କନସର ପୁତ୍ର ଅନିୀୟେଲ ମଲା ।
12. ଅନନ୍ତର ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ପ୍ରତିକୂଳରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ ।
13. ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା ।
14. ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ ।
15. ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ । ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ଵାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟୀ ପଠାଇଲେ ।
16. ତହିଁରେ ଏହୂଦ୍ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ଵିଧାର ଖଡ଼୍‍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ ।
17. ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ୍ ନିକଟକୁ ସେହି ଭେଟୀ ନେଲେ; ସେହି ଇଗ୍ଲୋନ୍ ଏକ ମୋଟା ଲୋକ ଥିଲା ।
18. ଆଉ ସେ ଭେଟୀ ଦେଇ ସାରିଲା ଉତ୍ତାରେ ଭେଟୀ ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ ।
19. ମାତ୍ର ସେ ଆପେ ଗିଲ୍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, ଆପଣଙ୍କ ନିକଟରେ ମୋହର ଏକ ଗୁପ୍ତ କଥା ଅଛି । ତେବେ ରାଜା କହିଲା, ତୁନି ହୋଇ ଥାଅ । ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ ।
20. ଏଥିରେ ଏହୂଦ୍ ତାହା ନିକଟକୁ ଗଲେ; ସେତେ-ବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା । ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ଵରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ଆସନରୁ ଉଠିଲା ।
21. ତେବେ ଏହୂଦ୍ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ଼୍‍ଗ ନେଇ ତାହାର ପେଟ ଭୁସିଲେ;
22. ତହିଁରେ ଖଡ଼୍‍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ଼୍‍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ଼୍‍ଗ ପଛଭାଗରେ ବାହାରିଲା ।
23. ଏ ଉତ୍ତାରେ ଏହୂଦ୍ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ ।
24. ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି ।
25. ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି ।
26. ମାତ୍ର ସେମାନେ ବିଳମ୍ଵ କରି ରହିବା ବେଳେ ଏହୂଦ୍ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ ।
27. ପୁଣି ସେ ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ ।
28. ପୁଣି ସେ ସେମାନଙ୍କୁ କହିଲେ, ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟ-ମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି । ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ପ୍ରତିକୂଳରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ ।
29. ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ ।
30. ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା । ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା ।
31. ଆଉ ତାହାର ଉତ୍ତାରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ଵାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ⇧ ।

Notes

No Verse Added

Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 21
1 2 3 4 5 6 7 8 9 10 11
ବିଚାରକର୍ତାମାନଙ୍କ ବିବରଣ 3:36
1 ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ 2 ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା, 3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ୍ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ । 4 ଏମାନଙ୍କ ଦ୍ଵାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ଵାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ । 5 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ । 6 ପୁଣି ସେମାନେ ସେମାନଙ୍କ କନ୍ୟାଗଣକୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣକୁ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ । 7 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କୁ ପାସୋରି ବାଲ୍- ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ । 8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଅରାମ-ନହରୟିମର ରାଜା କୂଶନ-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ । 9 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବ୍ଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅନିୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ପନ୍ନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ । 10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା । 11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା । ଏ ଉତ୍ତାରେ କନସର ପୁତ୍ର ଅନିୀୟେଲ ମଲା । 12 ଅନନ୍ତର ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ପ୍ରତିକୂଳରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ । 13 ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା । 14 ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ । 15 ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ । ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ଵାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟୀ ପଠାଇଲେ । 16 ତହିଁରେ ଏହୂଦ୍ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ଵିଧାର ଖଡ଼୍‍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ । 17 ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ୍ ନିକଟକୁ ସେହି ଭେଟୀ ନେଲେ; ସେହି ଇଗ୍ଲୋନ୍ ଏକ ମୋଟା ଲୋକ ଥିଲା । 18 ଆଉ ସେ ଭେଟୀ ଦେଇ ସାରିଲା ଉତ୍ତାରେ ଭେଟୀ ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ । 19 ମାତ୍ର ସେ ଆପେ ଗିଲ୍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, ଆପଣଙ୍କ ନିକଟରେ ମୋହର ଏକ ଗୁପ୍ତ କଥା ଅଛି । ତେବେ ରାଜା କହିଲା, ତୁନି ହୋଇ ଥାଅ । ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ । 20 ଏଥିରେ ଏହୂଦ୍ ତାହା ନିକଟକୁ ଗଲେ; ସେତେ-ବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା । ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ଵରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ଆସନରୁ ଉଠିଲା । 21 ତେବେ ଏହୂଦ୍ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ଼୍‍ଗ ନେଇ ତାହାର ପେଟ ଭୁସିଲେ; 22 ତହିଁରେ ଖଡ଼୍‍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ଼୍‍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ଼୍‍ଗ ପଛଭାଗରେ ବାହାରିଲା । 23 ଏ ଉତ୍ତାରେ ଏହୂଦ୍ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ । 24 ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି । 25 ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି । 26 ମାତ୍ର ସେମାନେ ବିଳମ୍ଵ କରି ରହିବା ବେଳେ ଏହୂଦ୍ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ । 27 ପୁଣି ସେ ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ । 28 ପୁଣି ସେ ସେମାନଙ୍କୁ କହିଲେ, ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟ-ମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି । ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ପ୍ରତିକୂଳରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ । 29 ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ । 30 ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା । ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା । 31 ଆଉ ତାହାର ଉତ୍ତାରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ଵାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ⇧ ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 21
1 2 3 4 5 6 7 8 9 10 11
Common Bible Languages
West Indian Languages
×

Alert

×

oriya Letters Keypad References