ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ମୀଖା
1. ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
2. ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଗାତ୍ରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
3. ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ତି ଓ ହଣ୍ତା ପାଇଁ ମାଂସ ଖଣ୍ତ ଖଣ୍ତ କରନ୍ତି, ସେପରି ସେମାନଙ୍କୁ ଖଣ୍ତ ଖଣ୍ତ କରି ପକାଉଅଛ ।
4. ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ ।
5. ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: ଯିହି. ୧୩:୧୦,୧୯
6. ଏହେତୁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ ।
7. ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଢାମ୍ପିବେ; କାରଣ ପରମେଶ୍ଵରଙ୍କଠାରୁ କୌଣସି ଉତ୍ତର ନାହିଁ ।
8. ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ଵାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ ।
9. ହେ ଯାକୁବ-ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ ।
10. ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି ।
11. ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ ।
12. ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ ।
Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 7
1 2 3 4 5 6 7
1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ? 2 ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଗାତ୍ରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ; 3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ତି ଓ ହଣ୍ତା ପାଇଁ ମାଂସ ଖଣ୍ତ ଖଣ୍ତ କରନ୍ତି, ସେପରି ସେମାନଙ୍କୁ ଖଣ୍ତ ଖଣ୍ତ କରି ପକାଉଅଛ । 4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ । 5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: ଯିହି. ୧୩:୧୦,୧୯ 6 ଏହେତୁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ । 7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଢାମ୍ପିବେ; କାରଣ ପରମେଶ୍ଵରଙ୍କଠାରୁ କୌଣସି ଉତ୍ତର ନାହିଁ । 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ଵାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ । 9 ହେ ଯାକୁବ-ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ । 10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି । 11 ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ । 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ ।
Total 7 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 7
1 2 3 4 5 6 7
×

Alert

×

Oriya Letters Keypad References