ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
2. ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।
3. ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।
4. ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି ।
5. ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ ।
6. କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 150
ଗୀତସଂହିତା 1
1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ । 3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ । 4 ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି । 5 ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ । 6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 150
Common Bible Languages
West Indian Languages
×

Alert

×

oriya Letters Keypad References