ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆସଫର ଗୀତ । ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି ।
2. ସୌନ୍ଦର୍ଯ୍ୟର ସିଦ୍ଧି ସ୍ଵରୂପ ସିୟୋନଠାରୁ ପରମେଶ୍ଵର ପ୍ରକାଶିତ ହୋଇଅଛନ୍ତି ।
3. ଆମ୍ଭମାନଙ୍କର ପରମେଶ୍ଵର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟ; ଝଡ଼ମୟ ହେବ ।
4. ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ଵର୍ଗକୁ ଓ ପୃଥିବୀକି ଡାକିବେ;
5. ଯେଉଁମାନେ ବଳିଦାନ ଦ୍ଵାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର ।
6. ପୁଣି, ସ୍ଵର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ଵର ସ୍ଵୟଂ ବିଚାରକର୍ତ୍ତା । [ସେଲା
7. ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର,
8. ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି ।
9. ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ ।
10. କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର ।
11. ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର ପଶୁସବୁ ଆମ୍ଭର ।
12. ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର ।
13. ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା?
14. ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15. ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ ।
16. ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
17. କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ ।
18. ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ ।
19. ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ଵା ପ୍ରବଞ୍ଚନା କଳ୍ପନା କରେ ।
20. ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ ।
21. ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା ।
22. ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ ।
23. ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 50 / 150
ଗୀତସଂହିତା 50:14
1 ଆସଫର ଗୀତ । ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି । 2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ଵରୂପ ସିୟୋନଠାରୁ ପରମେଶ୍ଵର ପ୍ରକାଶିତ ହୋଇଅଛନ୍ତି । 3 ଆମ୍ଭମାନଙ୍କର ପରମେଶ୍ଵର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟ; ଝଡ଼ମୟ ହେବ । 4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ଵର୍ଗକୁ ଓ ପୃଥିବୀକି ଡାକିବେ; 5 ଯେଉଁମାନେ ବଳିଦାନ ଦ୍ଵାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର । 6 ପୁଣି, ସ୍ଵର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ଵର ସ୍ଵୟଂ ବିଚାରକର୍ତ୍ତା । [ସେଲା 7 ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, 8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି । 9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ । 10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର । 11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର ପଶୁସବୁ ଆମ୍ଭର । 12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର । 13 ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା? 14 ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ । 16 ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର? 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ । 18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ । 19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ଵା ପ୍ରବଞ୍ଚନା କଳ୍ପନା କରେ । 20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ । 21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା । 22 ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ । 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 50 / 150
Common Bible Languages
West Indian Languages
×

Alert

×

oriya Letters Keypad References