ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ରାଜାବଳୀ
1. ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜ୍ୟ କରିବାକୁ ଲାଗିଲେ।
2. ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା ।
3. ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା ।
4. ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ ।
5. କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ ।
6. ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା ।
7. ପୁଣି ଅବୀୟାମଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା କି ଯିହୁଦା-ରାଜଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା ।
8. ପୁଣି ଅବୀୟାମ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାଙ୍କର ପଦରେ ରାଜ୍ୟ କଲେ ।
9. ଇସ୍ରାଏଲର ରାଜା ଯାରବୀୟାମଙ୍କର ଅଧିକାରର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
10. ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜ୍ୟ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା ।
11. ପୁଣି ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ ।
12. ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣନିର୍ମିତ ଦେବତାସମସ୍ତ ଦୂର କରିଦେଲେ ।
13. ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ିଦେଲେ ।
14. ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା ।
15. ପୁଣି ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ଓ ଆପଣାର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ ।
16. ପୁଣି ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା ।
17. ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ ।
18. ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
19. ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ ।
20. ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍ ଓ ଦାନ୍ ଓ ଆବେଲ୍-ବୈଥ୍-ମାଖା ଓ ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା ।
21. ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷା; ହୋଇ ତିର୍ସାରେ ବାସ କଲେ ।
22. ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ । ତହିଁରେ ଆସା ରାଜା ବିନ୍ୟାମୀନର ଗେବା ଓ ମିସ୍ପା ନଗର ଦୃଢ଼ କଲେ ।
23. ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା ।
24. ଏଥିଉତ୍ତାରେ ଆସା ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କଲେ ।
25. ଯିହୁଦାର ଆସା ରାଜାଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ ।
26. ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ ।
27. ଅନନ୍ତର ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ପୁଣି ବାଶା ପଲେଷ୍ଟୀୟ-ମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ ।
28. ଯିହୁଦାର ଆସା ରାଜାଙ୍କ ଅଧିକାରର ତୃତୀୟ ବର୍ଷରେ ବାଶା ନାଦବ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ ।
29. ପୁଣି ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକି ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ ।
30. କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ଵାରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କୁ ବିରକ୍ତ କଲେ ।
31. ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ସକଳ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
32. ପୁଣି ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା ।
33. ଯିହୁଦାର ଆସା ରାଜାଙ୍କର ଅଧିକାରର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜ୍ୟ କଲେ ।
34. ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ଵାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ ।

Notes

No Verse Added

Total 22 Chapters, Current Chapter 15 of Total Chapters 22
ପ୍ରଥମ ରାଜାବଳୀ 15:30
1. ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜ୍ୟ କରିବାକୁ ଲାଗିଲେ।
2. ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା
3. ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେପରି ସିଦ୍ଧ ଥିଲା
4. ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ
5. କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ଥିଲେ
6. ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା
7. ପୁଣି ଅବୀୟାମଙ୍କର ଅବଶିଷ୍ଟ ବୃତ୍ତା; ସମସ୍ତ କ୍ରିୟା କି ଯିହୁଦା-ରାଜଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା
8. ପୁଣି ଅବୀୟାମ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାଙ୍କର ପଦରେ ରାଜ୍ୟ କଲେ
9. ଇସ୍ରାଏଲର ରାଜା ଯାରବୀୟାମଙ୍କର ଅଧିକାରର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ
10. ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜ୍ୟ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା
11. ପୁଣି ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ
12. ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଆପଣା ପିତୃଗଣନିର୍ମିତ ଦେବତାସମସ୍ତ ଦୂର କରିଦେଲେ
13. ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ିଦେଲେ
14. ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା
15. ପୁଣି ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ଆପଣାର ପ୍ରତିଷ୍ଠିତ ରୂପା ସୁନା ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ
16. ପୁଣି ଆସା ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା
17. ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ
18. ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ତାରରୁ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସବୁ ରୂପା ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
19. ମୋର ତୁମ୍ଭ ମଧ୍ୟରେ, ମୋʼ ପିତା ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ
20. ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍ ଦାନ୍ ଆବେଲ୍-ବୈଥ୍-ମାଖା ସମୁଦାୟ କିନ୍ନେରତ୍ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା
21. ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷା; ହୋଇ ତିର୍ସାରେ ବାସ କଲେ
22. ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ ତହିଁରେ ଆସା ରାଜା ବିନ୍ୟାମୀନର ଗେବା ମିସ୍ପା ନଗର ଦୃଢ଼ କଲେ
23. ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତା; ତାଙ୍କର ସମସ୍ତ ପରାକ୍ରମ ସମସ୍ତ କ୍ରିୟା, ପୁଣି ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା
24. ଏଥିଉତ୍ତାରେ ଆସା ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କଲେ
25. ଯିହୁଦାର ଆସା ରାଜାଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ
26. ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଆପଣା ପିତାଙ୍କର ପଥରେ ତାଙ୍କର ପିତା ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ
27. ଅନନ୍ତର ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ପୁଣି ବାଶା ପଲେଷ୍ଟୀୟ-ମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ
28. ଯିହୁଦାର ଆସା ରାଜାଙ୍କ ଅଧିକାରର ତୃତୀୟ ବର୍ଷରେ ବାଶା ନାଦବ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ
29. ପୁଣି ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକି ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ
30. କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଲେ ବିରକ୍ତିଜନକ କର୍ମ ଦ୍ଵାରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କୁ ବିରକ୍ତ କଲେ
31. ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତା; ସକଳ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
32. ପୁଣି ଆସା ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା
33. ଯିହୁଦାର ଆସା ରାଜାଙ୍କର ଅଧିକାରର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜ୍ୟ କଲେ
34. ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଯାରବୀୟାମଙ୍କର ପଥରେ ଯଦ୍ଦ୍ଵାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ
Total 22 Chapters, Current Chapter 15 of Total Chapters 22
×

Alert

×

oriya Letters Keypad References