ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ଦିତୀୟ ପତ୍
1. ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି । ସେମାନଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି ।
2. ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଓ ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ ।
3. ପିତା ଈଶ୍ଵର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ ।
4. ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ ।
5. ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ ।
6. ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର । ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା ।
7. କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବ; ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ଵୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହିପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଖ୍ରୀଷ୍ଟାରି ।
8. ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ ।
9. ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ଵରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି ।
10. କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ଵର୍ଦ୍ଧନା ଜଣାଅ ନାହିଁ;
11. କାରଣ ଯେକେହି ତାହାକୁ ସମ୍ଵର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ ।
12. ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।
13. ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
Total 1 ଅଧ୍ୟାୟଗୁଡ଼ିକ
1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି । ସେମାନଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି । 2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଓ ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ । 3 ପିତା ଈଶ୍ଵର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ । 4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ । 5 ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ । 6 ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର । ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା । 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବ; ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ଵୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହିପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଖ୍ରୀଷ୍ଟାରି । 8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ । 9 ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ଵରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି । 10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ଵର୍ଦ୍ଧନା ଜଣାଅ ନାହିଁ; 11 କାରଣ ଯେକେହି ତାହାକୁ ସମ୍ଵର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ । 12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ। 13 ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
Total 1 ଅଧ୍ୟାୟଗୁଡ଼ିକ
Common Bible Languages
West Indian Languages
×

Alert

×

Oriya Letters Keypad References