1. ଅନନ୍ତର ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସମୁଦ୍ର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା ।
|
4. ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ-ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ତୁମ୍ଭମାନଙ୍କଠାରୁ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ ।
|
5. ସେମାନଙ୍କ ସହିତ ବିରୋଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ । ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ ।
|
7. କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ ।
|
8. ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ । ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ ।
|
9. ତହିଁରେ ସଦାପ୍ରଭୁ ମୋତେ କହିଲେ, ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ ଲଗାଅ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ ।
|
10. (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ ।
|
11. ଅନାକୀୟମାନଙ୍କ ତୁଲ୍ୟ ସେମାନେ ହେଁ ରଫାୟୀୟ-ମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ ।
|
12. ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ) ।
|
14. କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟକୁ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ ।
|
15. କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ନିଃଶେଷରେ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା ।
|
19. (ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ବିରୋଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ ।
|
20. (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
|
21. ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ ।
|
22. ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହି ରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଅଦ୍ୟାପି ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି ।
|
23. ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ) ।
|
24. ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ ।
|
25. ଅଦ୍ୟାବଧି ଆମ୍ଭେ ସମସ୍ତ ଆକାଶମଣ୍ତଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ଵାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ ।
|
26. ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ଦୂତ ଦ୍ଵାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି,
|
28. ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
|
29. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ; ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି ।
|
30. ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ ।
|
31. ପୁଣି ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି; ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ ।
|
33. ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ ।
|
34. ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ବର୍ଜିତ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ ।
|
35. କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ ।
|
36. ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ ।
|
37. କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍, ଯବ୍ବୋକ୍ ନଦୀର ପାର୍ଶ୍ଵସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ ।
|