1. ତହିଁ ଉତ୍ତାରୁ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରି କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
|
2. ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାବିଶ୍ରାମଦିନ ହେବ, ଯେ କେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ତ ହେବ ।
|
5. ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେ କେହି ସ୍ଵଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ଵର୍ଣ୍ଣ ଓ ରୌପ୍ୟ ଓ ପିତ୍ତଳ,
|
9. ପୁଣି ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ ।
|
19. ପୁଣି ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକକର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ ।
|
21. ପୁଣି ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ଵୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ଵନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ ।
|
22. ପୁଣି ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ଵଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି ଓ କୁଣ୍ତଳ ଓ ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ଵର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵର୍ଣ୍ଣର ଉପହାର ଉତ୍ସର୍ଗ କଲେ ।
|
23. ପୁଣି ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମ ସୂତ୍ର ଓ ଛାଗ ଲୋମ ଓ ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
|
24. ପୁଣି ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା ।
|
25. ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମ ସୂତ୍ର ଆଣିଲେ ।
|
29. ଇସ୍ରାଏଲ-ସନ୍ତାନଗଣ ସ୍ଵେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ ।
|
30. ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, ଦେଖ, ସଦାପ୍ରଭୁ ଯିହୁଦାବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲେ।
|
33. ଓ ଖଚନାର୍ଥକ ମଣିକର୍ତ୍ତନ ଓ ନାନା ଶିଳ୍ପ କର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କଲେ ।
|
35. ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କଲେ ।
|