1. ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି । ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ ।
|
5. ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ଵୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ଵ ସ୍ଵ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ ।
|
9. ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ ।
|
19. ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା ।
|
21. ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା ।
|
25. ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍ ।
|
32. ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ ।
|