ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ
1. ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର ।
2. ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ ।
3. ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ
4. ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ ।
5. ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ ।
6. ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 66
1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର । 2 ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ । 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ । 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ । 6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 66
×

Alert

×

Oriya Letters Keypad References