ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. ଅନନ୍ତର ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ ।
2. ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବର୍ଜନୀୟ ରୂପେ ବିନାଶ କରିବା ।
3. ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ବର୍ଜନୀୟ ରୂପେ ବିନାଶ କଲେ, ପୁଣି ସେହି ସ୍ଥାନର ନାମ ହର୍ମା (ବର୍ଜିତ) ହେଲା ।
4. ଅନନ୍ତର ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା ।
5. ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ ।
6. ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ଦାହକ-ସର୍ପଣ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ ।
7. ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାପ କଲୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିଷୟରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ । ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ ।
8. ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଗୋଟିଏ ଦାହକ-ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ ।
9. ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା ।
10. ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ ।
11. ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ ।
12. ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ ।
13. ସେଠାରୁ ସେମାନେ ଯାତ୍ରା କରି ଇମୋରୀୟ-ମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା ।
14. ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ-ପୁସ୍ତକରେ କଥିତ ଅଛି, ଯଥା “ଘୂର୍ଣ୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
15. ପୁଣି ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ) ।”
16. ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ । ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା ।
17. ସେତେବେଳେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ; ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18. ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକ-ମାନଙ୍କର କୁଳୀନମାନେ ରାଜଦଣ୍ତ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି ।”
19. ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
20. ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା ।
21. ଅନନ୍ତର ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
22. ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ ।
23. ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ।
24. ତହିଁରେ ଇସ୍ରାଏଲ ଖଡ଼୍‍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା ।
25. ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନ୍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ ।
26. କାରଣ ହିଷ୍ବୋନ୍ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ୍ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ ।
27. ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନ୍କୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
28. କାରଣ ହିଷ୍ବୋନ୍‍ଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି ।
29. ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30. ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ ।”
31. ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ ।
32. ଅନନ୍ତର ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ ।
33. ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ ।
34. ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତୁମ୍ଭେ ହିଷ୍ବୋନ୍ବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ ।
35. ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି ସେମାନେ ତାହାର ଦେଶ ଅଧିକାର କଲେ ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 36
ଗଣନା ପୁସ୍ତକ 21:89
1 ଅନନ୍ତର ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ । 2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବର୍ଜନୀୟ ରୂପେ ବିନାଶ କରିବା । 3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ବର୍ଜନୀୟ ରୂପେ ବିନାଶ କଲେ, ପୁଣି ସେହି ସ୍ଥାନର ନାମ ହର୍ମା (ବର୍ଜିତ) ହେଲା । 4 ଅନନ୍ତର ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା । 5 ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ । 6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ଦାହକ-ସର୍ପଣ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ । 7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାପ କଲୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିଷୟରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ । ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ । 8 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଗୋଟିଏ ଦାହକ-ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ । 9 ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା । 10 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ । 11 ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ । 12 ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ । 13 ସେଠାରୁ ସେମାନେ ଯାତ୍ରା କରି ଇମୋରୀୟ-ମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା । 14 ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ-ପୁସ୍ତକରେ କଥିତ ଅଛି, ଯଥା “ଘୂର୍ଣ୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା, 15 ପୁଣି ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ) ।” 16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ । ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା । 17 ସେତେବେଳେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ; ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର; 18 ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକ-ମାନଙ୍କର କୁଳୀନମାନେ ରାଜଦଣ୍ତ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି ।” 19 ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ 20 ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା । 21 ଅନନ୍ତର ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ; 22 ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ । 23 ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ । 24 ତହିଁରେ ଇସ୍ରାଏଲ ଖଡ଼୍‍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା । 25 ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନ୍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ । 26 କାରଣ ହିଷ୍ବୋନ୍ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ୍ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ । 27 ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନ୍କୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ; 28 କାରଣ ହିଷ୍ବୋନ୍‍ଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି । 29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି; 30 ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ ।” 31 ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ । 32 ଅନନ୍ତର ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ । 33 ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ । 34 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତୁମ୍ଭେ ହିଷ୍ବୋନ୍ବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ । 35 ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି ସେମାନେ ତାହାର ଦେଶ ଅଧିକାର କଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 36
Common Bible Languages
West Indian Languages
×

Alert

×

oriya Letters Keypad References