2. ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ଵାରା ତହିଁର ସ୍ଥିରତା ଦୀର୍ଘ ହୁଏ ।
|
4. ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି ।
|
7. ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀ-ମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ ।
|
8. ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ଵାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ ।
|
10. ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ଵକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
|
13. ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ଵୀକାର କରି ଛାଡ଼େ, ସେ ଦୟା ପାଇବ ।
|
19. ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ ।
|
20. ବିଶ୍ଵସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ତିତ ନୋହିବ ।
|
28. ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣା-ମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି ।
|