1. ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ;
|
4. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ?
|
6. ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି ।
|
8. ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ । ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
|
10. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି ।
|
13. କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ?
|