ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଷ୍ଟର ବିବରଣ
1. ଏହି ସକଳ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ଵିତ କଲା, ଆଉ ତାହାର ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା ।
2. ତହିଁରେ ରାଜାର ଯେତେ ଦାସ ରାଜଦ୍ଵାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲା; ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ ।
3. ଏଣୁ ରାଜଦ୍ଵାରବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?
4. ଏହିରୂପେ ସେମାନେ ନିତି ନିତି ତାହାକୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲା ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା ।
5. ଯେତେବେଳେ ହାମନ୍ ଦେଖିଲା ଯେ, ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲା ।
6. ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲା; କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ଵେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା,
7. ଆଉ, ସେହି ବିଷୟରେ ଅକ୍ଷଶ୍ଵେରଶ ରାଜାର ଅଧିକାରର ଦ୍ଵାଦଶ ବର୍ଷର ନୀଷନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ଵାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ ।
8. ଅନନ୍ତର ହାମନ୍ ଅକ୍ଷଶ୍ଵେରଶ ରାଜାକୁ କହିଲା, ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜଙ୍କର ଉଚିତ ନୁହେଁ ।
9. ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶ ହଜାର ତାଳ; ରୂପା ଦେବି ।
10. ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି⇧ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା ।
11. ପୁଣି, ରାଜା ହାମନ୍କୁ କହିଲା, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର ।
12. ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତା-ଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା, ତାହା ଅକ୍ଷଶ୍ଵେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା⇧ ।
13. ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ଵାରା ରାଜାର ସବୁ ପ୍ରଦେଶକୁ ପ୍ରେରିତ ହେଲା ।
14. ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା ।
15. ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା ।

Notes

No Verse Added

Total 10 Chapters, Current Chapter 3 of Total Chapters 10
1 2 3 4 5 6 7 8 9 10
ଏଷ୍ଟର ବିବରଣ 3:19
1. ଏହି ସକଳ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ଵିତ କଲା, ଆଉ ତାହାର ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା
2. ତହିଁରେ ରାଜାର ଯେତେ ଦାସ ରାଜଦ୍ଵାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲା; ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ
3. ଏଣୁ ରାଜଦ୍ଵାରବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?
4. ଏହିରୂପେ ସେମାନେ ନିତି ନିତି ତାହାକୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲା ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା
5. ଯେତେବେଳେ ହାମନ୍ ଦେଖିଲା ଯେ, ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲା
6. ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲା; କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ଵେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା,
7. ଆଉ, ସେହି ବିଷୟରେ ଅକ୍ଷଶ୍ଵେରଶ ରାଜାର ଅଧିକାରର ଦ୍ଵାଦଶ ବର୍ଷର ନୀଷନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ଵାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ
8. ଅନନ୍ତର ହାମନ୍ ଅକ୍ଷଶ୍ଵେରଶ ରାଜାକୁ କହିଲା, ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ପୃଥକ୍କୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜଙ୍କର ଉଚିତ ନୁହେଁ
9. ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶ ହଜାର ତାଳ; ରୂପା ଦେବି
10. ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି⇧ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା
11. ପୁଣି, ରାଜା ହାମନ୍କୁ କହିଲା, ସେହି ରୂପା ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର
12. ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଅଧିପତିଗଣ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତା-ଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା, ତାହା ଅକ୍ଷଶ୍ଵେରଶ ରାଜାର ନାମରେ ଲିଖିତ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା⇧
13. ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ବିନାଶ କରିବାକୁ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ଵାରା ରାଜାର ସବୁ ପ୍ରଦେଶକୁ ପ୍ରେରିତ ହେଲା
14. ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା
15. ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା
Total 10 Chapters, Current Chapter 3 of Total Chapters 10
1 2 3 4 5 6 7 8 9 10
×

Alert

×

oriya Letters Keypad References