ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ
1. ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କରଓ ଯାଇ ଇସ୍ରାଏଲ-ବଂଶ ସହିତ କଥା କୁହ ।
2. ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ ।
3. ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର । ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା ।
4. ଏଉତ୍ତାରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ ।
5. କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ-ବଂଶ ନିକଟକୁ ପ୍ରେରିତ ହେଉଅଛ;
6. ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ । ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ ।
7. ମାତ୍ର ଇସ୍ରାଏଲ-ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ-ବଂଶ ଦୃଢ଼କପାଳ ଓ କଠିନଚିତ୍ତ ଅଟନ୍ତି ।
8. ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ ।
9. ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ ।
10. ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର ।
11. ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି ।
12. ଏଉତ୍ତାରେ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତ୍ରେ, ଧନ୍ୟ ସଦାପ୍ରଭୁଙ୍କର ମହିମା, ଏହି କଥା ମହା ଖରତର ଶଦ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି ।
13. ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶଦ୍ଦ ଓ ସେମାନଙ୍କ ପାର୍ଶ୍ଵସ୍ଥ ଚକ୍ରର ଶଦ୍ଦ, ଏହି ମହା ଖରତର ଶଦ୍ଦ ଶୁଣିଲି ।
14. ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା ।
15. ତେବେ ମୁଁ ତେଲ-ଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି ।
16. ଅନନ୍ତର ସାତ ଦିନ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
17. ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ-ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ ।
18. ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯେବେ ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା ।
19. ତଥାପି ତୁମ୍ଭେ ଯେବେ ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ ।
20. ପୁନର୍ବାର କୌଣସି ଧାର୍ମିକ ଲୋକ ଯେବେ ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା ।
21. ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯେବେ ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ ।
22. ଅନନ୍ତର ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, ତୁମ୍ଭେ ଉଠି ପଦା-ଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା ।
23. ତହିଁରେ ମୁଁ ଉଠି ପଦା-ଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେସ୍ଥାନରେ ଠିଆ ହୋଇଅଛି; ତହୁଁ ମୁଁ ଉବୁଡ଼ ହେଲି ।
24. ତହିଁରେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ ।
25. ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ଵାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
26. ପୁଣି, ଆମ୍ଭେ ତୁମ୍ଭ ଜିହ୍ଵାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି ।
27. ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ ।

ରେକର୍ଡଗୁଡିକ

Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 48
1 ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କରଓ ଯାଇ ଇସ୍ରାଏଲ-ବଂଶ ସହିତ କଥା କୁହ । 2 ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ । 3 ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର । ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା । 4 ଏଉତ୍ତାରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ । 5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ-ବଂଶ ନିକଟକୁ ପ୍ରେରିତ ହେଉଅଛ; 6 ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ । ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ । 7 ମାତ୍ର ଇସ୍ରାଏଲ-ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ-ବଂଶ ଦୃଢ଼କପାଳ ଓ କଠିନଚିତ୍ତ ଅଟନ୍ତି । 8 ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ । 9 ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ । 10 ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର । 11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି । 12 ଏଉତ୍ତାରେ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତ୍ରେ, ଧନ୍ୟ ସଦାପ୍ରଭୁଙ୍କର ମହିମା, ଏହି କଥା ମହା ଖରତର ଶଦ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି । 13 ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶଦ୍ଦ ଓ ସେମାନଙ୍କ ପାର୍ଶ୍ଵସ୍ଥ ଚକ୍ରର ଶଦ୍ଦ, ଏହି ମହା ଖରତର ଶଦ୍ଦ ଶୁଣିଲି । 14 ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା । 15 ତେବେ ମୁଁ ତେଲ-ଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି । 16 ଅନନ୍ତର ସାତ ଦିନ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା; 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ-ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ । 18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯେବେ ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା । 19 ତଥାପି ତୁମ୍ଭେ ଯେବେ ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ । 20 ପୁନର୍ବାର କୌଣସି ଧାର୍ମିକ ଲୋକ ଯେବେ ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା । 21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯେବେ ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ । 22 ଅନନ୍ତର ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, ତୁମ୍ଭେ ଉଠି ପଦା-ଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା । 23 ତହିଁରେ ମୁଁ ଉଠି ପଦା-ଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେସ୍ଥାନରେ ଠିଆ ହୋଇଅଛି; ତହୁଁ ମୁଁ ଉବୁଡ଼ ହେଲି । 24 ତହିଁରେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ । 25 ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ଵାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ; 26 ପୁଣି, ଆମ୍ଭେ ତୁମ୍ଭ ଜିହ୍ଵାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି । 27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 48
×

Alert

×

Oriya Letters Keypad References