1. ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ଵୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାହା ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ ।
|
2. ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାକୁ ଉତ୍ତର କରି କହିଲା, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି ।
|
3. ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ ।
|
4. ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ ।
|
5. ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲା । ତହିଁରେ ସେମାନେ ଶପଥ କଲେ ।
|
6. ତହୁଁ ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରୁ ଉଠି ଇଲିୟାଶୀବର ପୁତ୍ର ଯିହୋହାନନର କୋଠରିକି ଗଲା; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ,ରୋଟୀ ଭୋଜନ କି ଜଳପାନ କଲା ନାହିଁ; କାରଣ ସେ ବନ୍ଦୀତ୍ଵର ଲୋକମାନଙ୍କ ସତ୍ୟଲଙ୍ଘନ ସକାଶୁ ଶୋକ କରୁଥିଲା ।
|
7. ଏଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ଵର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
|
8. ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ଵ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ଵର ସମାଜରୁ ପୃଥକ୍ କରାଯିବ ।
|
9. ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ଵରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ ।
|
10. ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲା, ତୁମ୍ଭେମାନେ ସତ୍ୟଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ ।
|
11. ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ନିକଟରେ ସ୍ଵୀକାର କର ଓ ତାହାଙ୍କର ତୁଷ୍ଟିଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କର ।
|
12. ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ଵରରେ କହିଲେ, ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ ।
|
13. ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ ।
|
14. ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଚଣ୍ତ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ ।
|
15. ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ୍ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ ।
|
16. ମାତ୍ର ବନ୍ଦୀତ୍ଵର ସନ୍ତାନମାନେ ସେହିପରି କର୍ମ କଲେ । ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ ।
|
17. ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ ।
|
18. ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲୀୟ ।
|
19. ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ ।
|
25. ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ ଓ ଯିଷୀୟ ଓ ମଲ୍କୀୟ ଓ ମିୟାମୀନ୍ ଓ ଇଲିୟାସର ଓ ମଲ୍କୀୟ ଓ ବନାୟ ।
|
44. ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ ।
|