ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ
1. ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ ।
2. ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ ।
3. ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ ।
4. ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ ।
5. ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ ।
6. ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧।
7. ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ ।
8. ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ;
9. ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ ।
10. କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
11. ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ ।
12. ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ ।
13. ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ ।
14. ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ ।
15. ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।

ରେକର୍ଡଗୁଡିକ

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 66
1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ । 2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ । 3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ । 4 ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ । 5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ । 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧। 7 ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ । 8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ; 9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ । 10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; 11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ । 12 ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ । 13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ । 14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ । 15 ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 66
×

Alert

×

Oriya Letters Keypad References