1. ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶ-ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁଆସିଲେ;
|
2. ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ ।
|
3. ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ଏହି ନଗର ଓ ତହିଁର ତଳିଭୂମି ଦେଲେ ।
|
4. ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ ବଂଶରୁ ତେର ନଗର ପାଇଲେ ।
|
5. ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ଵାରା ଇଫ୍ରୟିମ୍ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ ।
|
6. ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧବଂଶରୁ ତେର ନଗର ପାଇଲେ ।
|
8. ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
|
9. ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି ।
|
11. ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା ।
|
12. ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦେଲେ ।
|
13. ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,
|
16. ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବୈଥ୍ଶେମଶ୍ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ ।
|
20. ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ ।
|
21. ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
|
27. ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ ।
|
32. ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ ।
|
34. ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
|
38. ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ୍ ଓ ତହିଁ ତଳିଭୂମି,
|
40. ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା ।
|
43. ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ ।
|
44. ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ ।
|
45. ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା ।
|