2. ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ତାହାଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।
|
4. ଆଉ, ସେ ଯାଇ, କି ଉପାୟରେ ତାହାଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହସ୍ତରେ ସମର୍ପଣ କରି ପାରେ, ତାହା ସେମାନଙ୍କ ସହିତ ପରାମର୍ଶ କଲା ।
|
6. ଆଉ, ସେ ସମ୍ମତ ହୋଇ ଲୋକସମୂହର ଅସାକ୍ଷାତରେ ତାହାଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା ।
|
7. ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୋଟୀ ପର୍ବର ସେହି ଦିନ ଉପସ୍ଥିତ ହେଲା;
|
8. ଆଉ, ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।
|
10. ସେ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ, ଜଳକୁମ୍ଭ ଘେନିଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ସେହି ଗୃହକୁ ଯାଇ ଗୃହର କର୍ତ୍ତାଙ୍କୁ କହିବ,
|
11. ଗୁରୁ ଆପଣଙ୍କୁ ପଚାରୁ ଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ?
|
15. ଆଉ, ସେ ସେମାନଙ୍କୁ କହିଲେ, ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାର ଭୋଜ ପାଳନ କରିବାକୁ ଏକା; ବାଞ୍ଛା କଲି;
|
16. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ପାଳନ କରିବି ନାହିଁ ।
|
18. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ ।
|
19. ପୁଣି, ସେ ରୋଟୀ ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
|
20. ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
|
22. କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ଵାରା ସେ ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର!
|
25. ସେଥିରେ ସେ ସେମାନଙ୍କୁ କହିଲେ, ବିଜାତିମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ସେମାନେ ଦେଶବନ୍ଧୁ ବୋଲି ଖ୍ୟାତ ହୁଅନ୍ତି ।
|
26. କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି ଯେ ନେତା, ସେ ସେବକ ପରି ହେଉ ।
|
27. କାରଣ କିଏ ଶ୍ରେଷ୍ଠ? ଯେ ଭୋଜନୋପବିଷ୍ଟ, ନା ଯେ ସେବକ? ଯେ ଭୋଜନୋପବିଷ୍ଟ, ସେ କି ଶ୍ରେଷ୍ଠ ନୁହନ୍ତିଣ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି ।
|
29. ଏଣୁ ମୋହର ପିତା ଯେପରି ମୋʼ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
|
30. ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋʼ ମେଜରେ ଭୋଜନପାନ କରିବ, ପୁଣି ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ ।
|
32. କିନ୍ତୁ ତୁମ୍ଭର ବିଶ୍ଵାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।
|
33. ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
|
34. କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ଵୀକାର କରିବ ।
|
35. ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ ।
|
36. ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଗାଞ୍ଜିଆ ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ତକ ବିକି ଖଣ୍ତା କିଣୁ ।
|
37. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଅଧାର୍ମିକ-ମାନଙ୍କ ସହିତ ଗଣିତ ହେଲେ, ଏହି ଯେଉଁ ବାକ୍ୟ ଲେଖାଅଛି, ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ଯେଣୁ ମୋʼ ସମ୍ଵନ୍ଧୀୟ କଥା ସିଦ୍ଧ ହେଉଅଛି ।
|
38. ସେଥିରେ ସେମାନେ କହିଲେ, ପ୍ରଭୋ, ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ତା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ ।
|
42. ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।
|
44. ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।
|
47. ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ଵାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ଵନ କରିବାକୁ ତାହାଙ୍କ ପାଖକୁ ଗଲା ।
|
52. ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
|
53. ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋʼ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ, କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।
|
56. ଜଣେ ଦାସୀ ତାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
|
58. ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।
|
59. ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହାର ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ ।
|
60. କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କଥା କହୁ କହୁ କୁକୁଡ଼ା ଡାକିଲା,
|
61. ପୁଣି ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ,
|
66. ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ, ପୁଣି ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।
|
70. ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ଵରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି ।
|
71. ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ ।
|