ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ ।
2. ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର ।
3. ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ ।
4. ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ଵେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ଵେଷଣ କର ।
5. ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
6. ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର ।
7. ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ।
8. ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ,
9. ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି ।
10. ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
11. ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା ।
12. ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ ।
13. ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ ।
14. ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜଗଣକୁ ଅନୁଯୋଗ କରି କହିଲେ;
15. ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ ।
16. ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ ।
17. ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
18. ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଲରେ ରଖାଗଲାନ୍ତ
19. ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା ।
20. ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା ।
21. ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
22. ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା ।
23. ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା ।
24. ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ ।
25. ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ ।
26. ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ ।
27. ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ ।
28. ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ ନାହିଁ ।
29. ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ ।
30. ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା ।
31. ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ ।
32. ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ ।
33. ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁଣଭାଙ୍ଗି ପକାଇଲେ ।
34. ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;
35. ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ ।
36. ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ ।
37. ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା ।
38. ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା ।
39. ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ ।
40. ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ ।
41. ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା ।
42. କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ ।
43. ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ ।
44. ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
45. ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 105 / 150
ଗୀତସଂହିତା 105:169
1 ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ । 2 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର । 3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ । 4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ଵେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ଵେଷଣ କର । 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, 6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର । 7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ । 8 ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ, 9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି । 10 ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ, 11 ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା । 12 ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ । 13 ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ । 14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜଗଣକୁ ଅନୁଯୋଗ କରି କହିଲେ; 15 ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ । 16 ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ । 17 ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; 18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଲରେ ରଖାଗଲାନ୍ତ 19 ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା । 20 ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା । 21 ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ; 22 ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା । 23 ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା । 24 ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ । 25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ । 26 ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ । 27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ । 28 ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ ନାହିଁ । 29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ । 30 ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା । 31 ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ । 32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ । 33 ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁଣଭାଙ୍ଗି ପକାଇଲେ । 34 ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ; 35 ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ । 36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ । 37 ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା । 38 ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା । 39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ । 40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ । 41 ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା । 42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ । 43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ । 44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ, 45 ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 105 / 150
Common Bible Languages
West Indian Languages
×

Alert

×

oriya Letters Keypad References