ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ । ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି । ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ ।
2. ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ । [ସେଲା
3. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ ।
4. ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା
5. ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି ।
6. ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ ।
7. ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର । କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ ।
8. ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ । [ସେଲା

Notes

No Verse Added

Total 150 Chapters, Current Chapter 3 of Total Chapters 150
ଗୀତସଂହିତା 3:23
1. ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ
2. ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ ସେଲା
3. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ
4. ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। ସେଲା
5. ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି
6. ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ
7. ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ
8. ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ ସେଲା
Total 150 Chapters, Current Chapter 3 of Total Chapters 150
×

Alert

×

oriya Letters Keypad References