1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର ।
|
2. ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ ।
|
5. କାରଣ ହେ ପରମେଶ୍ଵର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ ।
|
7. ସେ ସଦାକାଳ ପରମେଶ୍ଵରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର ।
|