ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ସେତେବେଳେ ଦାଉଦ କହିଲେ, ଏହି ଗୃହ ସଦାପ୍ରଭୁ ପରମେଶ୍ଵରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର ।
2. ଅନନ୍ତର ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ ।
3. ଆଉ ଦାଉଦ ଦ୍ଵାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ବିସ୍ତର ଲୁହା ଓ ଅପରିମିତ ବିସ୍ତର ପିତ୍ତଳ ପ୍ରସ୍ତୁତ କଲେ ।
4. ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ ।
5. ଆଉ ଦାଉଦ କହିଲେ, ମୋʼ ପୁତ୍ର ଶଲୋମନ ଅଳ୍ପ-ବୟସ୍କ ଓ କୋମଳ, ପୁଣି ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ହେତୁରୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ଵିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି । ଏହିପରି ଦାଉଦ ଆପଣା ମୃତ୍ୟୁପୂର୍ବେ ବିସ୍ତର ରୂପେ ଆୟୋଜନ କଲେ ।
6. ଅନନ୍ତର ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ ।
7. ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ।
8. ମାତ୍ର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ବିସ୍ତର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ବିସ୍ତର ରକ୍ତପାତ କରିଅଛ ।
9. ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;
10. ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା ।
11. ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର ।
12. କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦେଉନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବ୍ୟବସ୍ଥା ପାଳନ କରି ପାରିବ ।
13. ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ ।
14. ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ ।
15. ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
16. ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ ।
17. ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,
18. ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ସବୁଆଡ଼େ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି ।
19. ଏଣୁ ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ଵରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ଵରଙ୍କର ଆବାସ ନିର୍ମାଣ କର ।

Notes

No Verse Added

Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 29
ପ୍ରଥମ ବଂଶାବଳୀ 22
1 ସେତେବେଳେ ଦାଉଦ କହିଲେ, ଏହି ଗୃହ ସଦାପ୍ରଭୁ ପରମେଶ୍ଵରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର । 2 ଅନନ୍ତର ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ । 3 ଆଉ ଦାଉଦ ଦ୍ଵାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ବିସ୍ତର ଲୁହା ଓ ଅପରିମିତ ବିସ୍ତର ପିତ୍ତଳ ପ୍ରସ୍ତୁତ କଲେ । 4 ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ । 5 ଆଉ ଦାଉଦ କହିଲେ, ମୋʼ ପୁତ୍ର ଶଲୋମନ ଅଳ୍ପ-ବୟସ୍କ ଓ କୋମଳ, ପୁଣି ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ହେତୁରୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ଵିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି । ଏହିପରି ଦାଉଦ ଆପଣା ମୃତ୍ୟୁପୂର୍ବେ ବିସ୍ତର ରୂପେ ଆୟୋଜନ କଲେ । 6 ଅନନ୍ତର ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ । 7 ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା । 8 ମାତ୍ର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ବିସ୍ତର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ବିସ୍ତର ରକ୍ତପାତ କରିଅଛ । 9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା; 10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା । 11 ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର । 12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦେଉନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବ୍ୟବସ୍ଥା ପାଳନ କରି ପାରିବ । 13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ । 14 ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ । 15 ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି; 16 ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ । 17 ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ, 18 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ସବୁଆଡ଼େ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି । 19 ଏଣୁ ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ଵରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ଵରଙ୍କର ଆବାସ ନିର୍ମାଣ କର ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 29
Common Bible Languages
West Indian Languages
×

Alert

×

oriya Letters Keypad References