ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ ।
2. ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ । ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ ।
3. ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ ।
4. ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ ।
5. ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ । ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ ।
6. ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରା; ହେଲେ ।
7. ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି ।
8. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ ।
9. ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।

Notes

No Verse Added

Total 36 Chapters, Current Chapter 27 of Total Chapters 36
ଦିତୀୟ ବଂଶାବଳୀ 27
1. ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ
2. ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ
3. ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ
4. ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ବନରେ ଗଡ଼ ଦୁର୍ଗସବୁ ନିର୍ମାଣ କଲେ
5. ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଦଶ ସହସ୍ର ମହଣ ଗହମ ଦଶ ସହସ୍ର ମହଣ ଯବ ଦେଲେ ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ
6. ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରା; ହେଲେ
7. ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ତାଙ୍କର ସକଳ ଯୁଦ୍ଧ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି
8. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ
9. ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ
Total 36 Chapters, Current Chapter 27 of Total Chapters 36
×

Alert

×

oriya Letters Keypad References