ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ
1. ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2. ହେ ମନୁଷ୍ୟସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
3. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ଵଂସସ୍ଥାନ ଓ ବିସ୍ମୟର ବିଷୟ କରିବା ।
4. ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ଵଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
5. ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍‍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
6. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ ।
7. ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ବିସ୍ମୟର ବିଷୟ ଓ ଧ୍ଵଂସସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା ।
8. ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସକଳରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନେ ପତିତ ହେବେ ।
9. ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ଵଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
10. ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା;
11. ଏହେତୁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ହେତୁରୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା ।
12. ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ସେସବୁ ଧ୍ଵଂସସ୍ଥାନ ଓ ସେସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ ।
13. ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ ।
14. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ଵଂସ କରିବା ।
15. ଇସ୍ରାଏଲ-ବଂଶର ଅଧିକାର ଧ୍ଵଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ଵଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ ।

Notes

No Verse Added

Total 48 Chapters, Current Chapter 35 of Total Chapters 48
ଯିହିଜିକଲ 35
1. ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2. ହେ ମନୁଷ୍ୟସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
3. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ଵଂସସ୍ଥାନ ବିସ୍ମୟର ବିଷୟ କରିବା
4. ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ତୁମ୍ଭେ ଧ୍ଵଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ
5. ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍‍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
6. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ
7. ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ବିସ୍ମୟର ବିଷୟ ଧ୍ଵଂସସ୍ଥାନ କରିବା ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଫେରିବା ଲୋକକୁ ଉଚ୍ଛିନ୍ନ କରିବା
8. ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଉପତ୍ୟକାରେ ଜଳପ୍ରବାହ ସକଳରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନେ ପତିତ ହେବେ
9. ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ଵଂସସ୍ଥାନ କରିବା ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ
10. ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ଏହି ଦୁଇ ଗୋଷ୍ଠୀ ଏହି ଦୁଇ ଦେଶ ମୋର ହେବ ଆମ୍ଭେମାନେ ତାହା ଅଧିକାର କରିବା;
11. ଏହେତୁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ହେତୁରୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା
12. ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ସେସବୁ ଧ୍ଵଂସସ୍ଥାନ ସେସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ
13. ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ
14. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ଵଂସ କରିବା
15. ଇସ୍ରାଏଲ-ବଂଶର ଅଧିକାର ଧ୍ଵଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ଵଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ
Total 48 Chapters, Current Chapter 35 of Total Chapters 48
×

Alert

×

oriya Letters Keypad References