ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ
1. ଅନନ୍ତର ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା ।
2. ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ତିଏ ବଡ଼ ପଥର ଘୋଡ଼ା ହୋଇଥାଏ ।
3. ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି ।
4. ଯାକୁବ ସେମାନଙ୍କୁ ପଚାରିଲା, ହେ ଭାଇମାନେ, ତୁମ୍ଭେମାନେ କେଉଁ ଠାବର ଲୋକ? ସେମାନେ କହିଲେ, ଆମ୍ଭେମାନେ ହାରଣ ନଗରର ଲୋକ ।
5. ତେବେ ଯାକୁବ ପଚାରିଲା, ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ ।
6. ଯାକୁବ ପଚାରିଲା, ସେ କୁଶଳରେ ଅଛନ୍ତି ତ? ସେମାନେ କହିଲେ, କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି ।
7. ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ ।
8. ମାତ୍ର ସେମାନେ କହିଲେ, ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ ।
9. ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା ।
10. ସେତେବେଳେ ଯାକୁବ ଆପଣା ମାତୁଳ ଲାବନର କନ୍ୟା ରାହେଲକୁ ଓ ମାତୁଳର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାତୁଳ ଲାବନର ପଲକୁ ଜଳ ପାନ କରାଇଲା ।
11. ଅନନ୍ତର ଯାକୁବ ରାହେଲକୁ ଚୁମ୍ଵନ କରି ଉଚ୍ଚ ସ୍ଵରରେ କ୍ରନ୍ଦନ କରିବାକୁ ଲାଗିଲା ।
12. ପୁଣି ଆପେ ଯେ ତାହାର ପିତାର କୁଟୁମ୍ଵ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା ।
13. ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି ତାହାକୁ ଆଲିଙ୍ଗନ ଓ ଚୁମ୍ଵନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା ।
14. ତହିଁରେ ଲାବନ କହିଲା, ତୁମ୍ଭେ ନିତା; ଆମ୍ଭର ଅସ୍ଥି ଓ ମାଂସସ୍ଵରୂପ । ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା ।
15. ଅନନ୍ତର ଲାବନ ଯାକୁବକୁ କହିଲା, ତୁମ୍ଭେ ମୋହର କୁଟୁମ୍ଵ ବୋଲି କି ବିନା ବର୍ତ୍ତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ ।
16. ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ ।
17. ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା ।
18. ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି ।
19. ତହିଁରେ ଲାବନ କହିଲା, ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ ।
20. ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା ।
21. ଅନନ୍ତର ଯାକୁବ ଲାବନକୁ କହିଲା, ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି ।
22. ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା ।
23. ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି ସେ ତାହାର ସହବାସ କଲା ।
24. ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା ।
25. ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନକୁ କହିଲା, ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କଲ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କିହେତୁ ମୋତେ ପ୍ରବଞ୍ଚନା କଲ?
26. ତହିଁରେ ଲାବନ କହିଲା, ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ ।
27. ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯେବେ ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି ।
28. ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା ।
29. ପୁଣି ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲା ।
30. ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା ।
31. ଅନନ୍ତର ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା ।
32. ଏଣୁକରି ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ଵାମୀ ମୋତେ ଭଲ ପାଇବେ ।
33. ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ; ଏଣୁ ସେ ତାହାର ନାମ ଶିମୀୟୋନ୍ (ଶ୍ରବଣ) ଦେଲା ।
34. ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ଏଥର ସ୍ଵାମୀ ମୋʼଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି; ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା ।
35. ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।

ରେକର୍ଡଗୁଡିକ

Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 50
1 ଅନନ୍ତର ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା । 2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ତିଏ ବଡ଼ ପଥର ଘୋଡ଼ା ହୋଇଥାଏ । 3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି । 4 ଯାକୁବ ସେମାନଙ୍କୁ ପଚାରିଲା, ହେ ଭାଇମାନେ, ତୁମ୍ଭେମାନେ କେଉଁ ଠାବର ଲୋକ? ସେମାନେ କହିଲେ, ଆମ୍ଭେମାନେ ହାରଣ ନଗରର ଲୋକ । 5 ତେବେ ଯାକୁବ ପଚାରିଲା, ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ । 6 ଯାକୁବ ପଚାରିଲା, ସେ କୁଶଳରେ ଅଛନ୍ତି ତ? ସେମାନେ କହିଲେ, କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି । 7 ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ । 8 ମାତ୍ର ସେମାନେ କହିଲେ, ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ । 9 ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା । 10 ସେତେବେଳେ ଯାକୁବ ଆପଣା ମାତୁଳ ଲାବନର କନ୍ୟା ରାହେଲକୁ ଓ ମାତୁଳର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାତୁଳ ଲାବନର ପଲକୁ ଜଳ ପାନ କରାଇଲା । 11 ଅନନ୍ତର ଯାକୁବ ରାହେଲକୁ ଚୁମ୍ଵନ କରି ଉଚ୍ଚ ସ୍ଵରରେ କ୍ରନ୍ଦନ କରିବାକୁ ଲାଗିଲା । 12 ପୁଣି ଆପେ ଯେ ତାହାର ପିତାର କୁଟୁମ୍ଵ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା । 13 ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି ତାହାକୁ ଆଲିଙ୍ଗନ ଓ ଚୁମ୍ଵନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା । 14 ତହିଁରେ ଲାବନ କହିଲା, ତୁମ୍ଭେ ନିତା; ଆମ୍ଭର ଅସ୍ଥି ଓ ମାଂସସ୍ଵରୂପ । ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା । 15 ଅନନ୍ତର ଲାବନ ଯାକୁବକୁ କହିଲା, ତୁମ୍ଭେ ମୋହର କୁଟୁମ୍ଵ ବୋଲି କି ବିନା ବର୍ତ୍ତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ । 16 ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ । 17 ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା । 18 ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି । 19 ତହିଁରେ ଲାବନ କହିଲା, ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ । 20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା । 21 ଅନନ୍ତର ଯାକୁବ ଲାବନକୁ କହିଲା, ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି । 22 ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା । 23 ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି ସେ ତାହାର ସହବାସ କଲା । 24 ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା । 25 ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନକୁ କହିଲା, ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କଲ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କିହେତୁ ମୋତେ ପ୍ରବଞ୍ଚନା କଲ? 26 ତହିଁରେ ଲାବନ କହିଲା, ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ । 27 ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯେବେ ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି । 28 ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା । 29 ପୁଣି ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲା । 30 ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା । 31 ଅନନ୍ତର ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା । 32 ଏଣୁକରି ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ଵାମୀ ମୋତେ ଭଲ ପାଇବେ । 33 ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ; ଏଣୁ ସେ ତାହାର ନାମ ଶିମୀୟୋନ୍ (ଶ୍ରବଣ) ଦେଲା । 34 ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ଏଥର ସ୍ଵାମୀ ମୋʼଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି; ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା । 35 ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 50
×

Alert

×

Oriya Letters Keypad References