ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର
1. ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
2. ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି।
3. ଅତଏବ, ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ ।
4. ସେମାନେ ଗୁରୁ ଭାର ବନ୍ଧନ କରି ମନୁଷ୍ୟମାନଙ୍କ ସ୍କନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ ।
5. ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
6. ଆଉ ଭୋଜିରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
7. ପୁଣି ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ଵାରା ଗୁରୁ ବୋଲି ସମ୍ଵୋଧିତ ହେବାକୁ ଭଲ ପାଆନ୍ତି ।
8. କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି ତୁମ୍ଭେ ସମସ୍ତେ ଭାଇ ।
9. ଆଉ, ପୃଥିବୀରେ କାହାକୁ ହିଁ ପିତା ବୋଲି ସମ୍ଵୋଧନ କର ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ଵର୍ଗରେ ଅଛନ୍ତି ।
10. ଆଉ, ତୁମ୍ଭେମାନେ ନେତା ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ ।
11. କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ ।
12. ଆଉ, ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେକେହି ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
13. କିନ୍ତୁ ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ଵର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।
14. [ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତ୍ଵର ଦଣ୍ତ ପାଇବ ।]
15. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ଵୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇଗୁଣ ନରକପାତ୍ର କରୁଥାଅ ।
16. ହାୟ, ଦଣ୍ତର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ମନ୍ଦିରସ୍ଥ ସ୍ଵର୍ଣ୍ଣର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ ।
17. ରେ ମୂଢ଼ ଓ ଅନ୍ଧମାନେ, ସ୍ଵର୍ଣ୍ଣ କିମ୍ଵା ସେହି ସ୍ଵର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ?
18. ଆହୁରି କହୁଥାଅ, କେହି ଯଜ୍ଞବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ ।
19. ରେ ଅନ୍ଧମାନେ, ନୈବେଦ୍ୟ କିମ୍ଵା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ଯଜ୍ଞବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ?
20. ଅତଏବ, ଯେଉଁ ଲୋକ ଯଜ୍ଞବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
21. ଆଉ, ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ;
22. ପୁଣି, ଯେ ସ୍ଵର୍ଗର ଶପଥ କରେ, ସେ ଈଶ୍ଵରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ ।
23. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ଵାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହିସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ ।
24. ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ ।
25. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
26. ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ପରିଷ୍କାର କର, ଯେପରି ସେଥିର ବାହାର ମଧ୍ୟ ପରିଷ୍କୃତ ହେବ ।
27. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଶୁକ୍ଳୀକୃତ ସମାଧି ସ୍ଵରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
28. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।
29. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସୁଶୋଭିତ କରି କହୁଥାଅ,
30. ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ ।
31. ଏଣୁ ତୁମ୍ଭେମାନେ ଯେ ଭାବବାଦୀମାନଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ସମ୍ଵନ୍ଧରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ ।
32. ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୂର୍ଣ୍ଣ କର ।
33. ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନରକ ଦଣ୍ତରୁ ରକ୍ଷା ପାଇବ?
34. ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହାକାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
35. ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ଯଜ୍ଞବେଦିର ମଧ୍ୟସ୍ଥଳରେ ବଧ କଲ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହିସମସ୍ତ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ ।
36. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହିସମସ୍ତ ବର୍ତ୍ତିବ ।
37. ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀ-ମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
38. ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି ।
39. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।

Notes

No Verse Added

Total 28 Chapters, Current Chapter 23 of Total Chapters 28
ମାଥିଉଲିଖିତ ସୁସମାଚାର 23
1. ସେହି ସମୟରେ ଯୀଶୁ ଲୋକସମୂହ ଆପଣା ଶିଷ୍ୟମାନଙ୍କୁ କହିଲେ,
2. ଶାସ୍ତ୍ରୀ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି।
3. ଅତଏବ, ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ
4. ସେମାନେ ଗୁରୁ ଭାର ବନ୍ଧନ କରି ମନୁଷ୍ୟମାନଙ୍କ ସ୍କନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ
5. ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
6. ଆଉ ଭୋଜିରେ ପ୍ରଧାନ ସ୍ଥାନ ସମାଜଗୃହରେ ପ୍ରଧାନ ଆସନ,
7. ପୁଣି ହାଟବଜାରରେ ନମସ୍କାର ପାଇବାକୁ ଲୋକଙ୍କ ଦ୍ଵାରା ଗୁରୁ ବୋଲି ସମ୍ଵୋଧିତ ହେବାକୁ ଭଲ ପାଆନ୍ତି
8. କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି ତୁମ୍ଭେ ସମସ୍ତେ ଭାଇ
9. ଆଉ, ପୃଥିବୀରେ କାହାକୁ ହିଁ ପିତା ବୋଲି ସମ୍ଵୋଧନ କର ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ଵର୍ଗରେ ଅଛନ୍ତି
10. ଆଉ, ତୁମ୍ଭେମାନେ ନେତା ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ
11. କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ
12. ଆଉ, ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେକେହି ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ
13. କିନ୍ତୁ ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ଵର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ନିଜେ ପ୍ରବେଶ କରୁ ନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ
14. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତ୍ଵର ଦଣ୍ତ ପାଇବ
15. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ଵୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇଗୁଣ ନରକପାତ୍ର କରୁଥାଅ
16. ହାୟ, ଦଣ୍ତର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ମନ୍ଦିରସ୍ଥ ସ୍ଵର୍ଣ୍ଣର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ
17. ରେ ମୂଢ଼ ଅନ୍ଧମାନେ, ସ୍ଵର୍ଣ୍ଣ କିମ୍ଵା ସେହି ସ୍ଵର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ?
18. ଆହୁରି କହୁଥାଅ, କେହି ଯଜ୍ଞବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ
19. ରେ ଅନ୍ଧମାନେ, ନୈବେଦ୍ୟ କିମ୍ଵା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ଯଜ୍ଞବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ?
20. ଅତଏବ, ଯେଉଁ ଲୋକ ଯଜ୍ଞବେଦିର ଶପଥ କରେ, ସେ ତାହା ତାହା ଉପରେ ଥିବା ପଦାର୍ଥର ଶପଥ କରେ;
21. ଆଉ, ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ତନ୍ନିବାସୀଙ୍କର ଶପଥ କରେ;
22. ପୁଣି, ଯେ ସ୍ଵର୍ଗର ଶପଥ କରେ, ସେ ଈଶ୍ଵରଙ୍କ ସିଂହାସନ ତଦୁପବିଷ୍ଟଙ୍କର ଶପଥ କରେ
23. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଜୀରାର ଦଶମାଂଶ ଦେଉଥାଅ, ଆଉ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ବିଶ୍ଵାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହିସମସ୍ତ ପାଳନ କରିବା ଅନ୍ୟସବୁ ପରିତ୍ୟାଗ କରିବା ଉଚିତ
24. ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ
25. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଗିନା ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
26. ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ପରିଷ୍କାର କର, ଯେପରି ସେଥିର ବାହାର ମଧ୍ୟ ପରିଷ୍କୃତ ହେବ
27. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଶୁକ୍ଳୀକୃତ ସମାଧି ସ୍ଵରୂପ ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
28. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଅଧର୍ମରେ ପରିପୂର୍ଣ୍ଣ
29. ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସୁଶୋଭିତ କରି କହୁଥାଅ,
30. ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ଥାଆନ୍ତୁ
31. ଏଣୁ ତୁମ୍ଭେମାନେ ଯେ ଭାବବାଦୀମାନଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ସମ୍ଵନ୍ଧରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ
32. ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୂର୍ଣ୍ଣ କର
33. ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନରକ ଦଣ୍ତରୁ ରକ୍ଷା ପାଇବ?
34. ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ କ୍ରୁଶରେ ବଧ କରିବ, ଆଉ କାହାକାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ନଗରକୁ ନଗର ତାଡ଼ନା କରିବ,
35. ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଯଜ୍ଞବେଦିର ମଧ୍ୟସ୍ଥଳରେ ବଧ କଲ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହିସମସ୍ତ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ
36. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହିସମସ୍ତ ବର୍ତ୍ତିବ
37. ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀ-ମାନଙ୍କ ହତ୍ୟାକାରିଣୀ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ
38. ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି
39. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ
Total 28 Chapters, Current Chapter 23 of Total Chapters 28
×

Alert

×

oriya Letters Keypad References