1. ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ନିମନ୍ତେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ,
|
2. ତୁମ୍ଭେମାନେ କଅଣ ଏହିସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
|
3. ପରେ ସେ ଜୀତପର୍ବତ ଉପରେ ବସନ୍ତେ, ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
|
6. ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ । କାରଣ ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗା; ନୁହେଁ ।
|
7. କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।
|
9. ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କ୍ଳେଶଭୋଗ କରିବା ନିମନ୍ତେ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ଵାରା ଘୃଣିତ ହେବ ।
|
14. ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗା; ହେବ ।
|
15. ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ଵାରା ଉକ୍ତ ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
|
21. କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ, ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ ।
|
22. ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ ।
|
23. ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେʼ କିବା ‘ସେଠାରେʼ, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ଵାସ କର ନାହିଁ ।
|
24. କାରଣ ଭଣ୍ତ ଖ୍ରୀଷ୍ଟମାନେ ଓ ଭଣ୍ତ ଭାବାବାଦୀ-ମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।
|
26. ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତିʼ, ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରିରେ ଅଛନ୍ତିʼ, ଯଦି ଏହା କହିବେ, ତେବେ ତାହା ବିଶ୍ଵାସ କର ନାହିଁ ।
|
27. କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟ-ପୁତ୍ରଙ୍କର ଆଗମନ ହେବ ।
|
29. ମାତ୍ର ସେହି ସମୟର କ୍ଳେଶ ଉତ୍ତାରେ ଅକସ୍ମାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବେ ଓ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ ।
|
30. ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହା-ପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
|
31. ଆଉ, ସେ ମହାତୂରୀଧ୍ଵନି ସହିତ ଆପଣା ଦୂତମାନଙ୍କୁ ପ୍ରେରଣ କରିବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।
|
32. ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
|
34. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
|
36. କିନ୍ତୁ ସେହି ଦିନ ଓ ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗର ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳମାତ୍ର ପିତା ଜାଣନ୍ତି ।
|
38. କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ପ୍ରବୃତ୍ତ ଥିଲେ,
|
39. ପୁଣି ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାରେ ହେବ ।
|
43. କିନ୍ତୁ ଏହା ଜାଣିଥାଅ, କେଉଁ ପହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ ।
|
44. ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ଦଣ୍ତରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ଦଣ୍ତରେ ମନୁଷ୍ୟପୁତ୍ର ଆସିବେ ।
|
45. ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପଡ଼ି ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ଦାସ କିଏ?
|
50. ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ତ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ତରେ ତାହାର ପ୍ରଭୁ ଆସିବେ,
|
51. ପୁଣି ସେ ତାହାକୁ ଦ୍ଵିଖଣ୍ତ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
|