2. ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ଵରୂପ ଧ୍ଵଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ଵୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ ।
|
3. ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ଵଜାର ପଶ୍ଚାଦ୍ଗାମୀ ଲୋକ; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;
|
9. ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ । ସେମାନେ ପ୍ରଥମେ ଅଗ୍ରସର ହେବେ ।
|
10. ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ଵଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ-ସନ୍ତାନଗଣର ଅଧିପତି ହେବ;
|
12. ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
|
16. ରୁବେନ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ । ସେମାନେ ଦ୍ଵିତୀୟରେ ଅଗ୍ରସର ହେବେ ।
|
17. ଏଉତ୍ତାରେ ସମାଗମ-ତମ୍ଵୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ଵ ସ୍ଵ ସ୍ଥାନରେ ଧ୍ଵଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ ।
|
18. ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ଵଜା ରହିବ; ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
|
24. ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠହଜାର ଏକ ଶହ । ସେମାନେ ତୃତୀୟରେ ଅଗ୍ରସର ହେବେ ।
|
25. ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ-ଛାଉଣିର ଧ୍ଵଜା ରହିବ; ପୁଣି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେସର ଦାନ-ସନ୍ତାନଗଣର ଅଧିପତି ହେବ;
|
31. ଦାନ-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ । ସେମାନେ ଆପଣାମାନଙ୍କ ଧ୍ଵଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ ।
|
32. ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା ।
|
33. ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ ।
|
34. ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ଵଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ ।
|